ଭୁବନେଶ୍ୱର ବରମୁଣ୍ଡା ବସ୍ ଟର୍ମିନାଲ୍ ବିଲ୍ଡିଂରେ ଖୋଲିବ ‘ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର’

Spread the love

ଭୁବନେଶ୍ୱର ବରମୁଣ୍ଡା ବସ୍ ଟର୍ମିନାଲ୍ ବିଲ୍ଡିଂରେ ଖୋଲିବ ‘ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର’

ଭୁବନେଶ୍ୱର, ୧୬।୧୨, ଚେତନା ମିଡ଼ିଆ:
ଭିସା ପାଇଁ ଆଉ କୋଲକାତା, ଦିଲ୍ଲୀ କି ହାଇଦ୍ରାବାଦ ଦୌଡ଼ିବେନି ଓଡ଼ିଶାବାସୀ। ରାଜ୍ୟ ସରକାରଙ୍କ ବଡ଼ ଘୋଷଣା। ଭୁବନେଶ୍ଵରରେ ହେବ ଗ୍ଲୋବାଲ୍ ଭିସା ଆପ୍ଲିକେସନ ସେଣ୍ଟର। ବରମୁଣ୍ଡା ବସ୍ ଟର୍ମିନାଲ୍ ବିଲ୍ଡିଂରେ ଏହି ସେଣ୍ଟର କାର୍ଯ୍ୟକ୍ଷମ ହେବ। ଏଥିପାଇଁ ରାଜ୍ୟ ସରକାର ୩ ହଜାର ବର୍ଗଫୁଟର ଜାଗା ଯୋଗାଇ ଦେବେ।ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱରରେ ‘ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର’ ପ୍ରତିଷ୍ଠା ପାଇଁ ଅନୁମୋଦନ କରିଛନ୍ତି। ଏହି ପ୍ରସ୍ତାବିତ ଭିସା ସେଣ୍ଟର ଭୁବନେଶ୍ୱର ବରମୁଣ୍ଡାସ୍ଥିତ ବାବାସାହେବ ଆମ୍ବେଦକର ବସ୍ ଟର୍ମିନାଲ୍ ବିଲ୍ଡିଙ୍ଗରେ କାର୍ଯ୍ୟକ୍ଷମ ହେବ। ଆନ୍ତର୍ଜାତିକ ଭିସା ପାଇବା ପାଇଁ ପୂର୍ବରୁ ରାଜ୍ୟବାସୀଙ୍କୁ କୋଲକତା, ଦିଲ୍ଲୀ, ହାଇଦ୍ରାବାଦ ଭଳି ଦେଶର ଅନ୍ୟ ସହରକୁ ଯିବା ପାଇଁ ପଡୁଥିଲା। ଭୁବନେଶ୍ୱରରେ ଏକ ଭିସା ସେଣ୍ଟର ପ୍ରତିଷ୍ଠା କରିବା ପାଇଁ ରାଜ୍ୟବାସୀଙ୍କ ପକ୍ଷରୁ ବହୁ ଦିନରୁ ଦାବି ରହିଆସୁଥିଲା। ଏସବୁକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି

Leave a Reply

Your email address will not be published. Required fields are marked *