ହିଟାଚି ବୋଝଇ ଟ୍ରକ ଦୁର୍ଘଟଣାଗସ୍ତ…ଜଣେ ମୃତ୍, ଦୁଇ ଗୁରୁତର

Spread the love

ପାରଳାଖେମୁଣ୍ଡି, ଚେତନା ମିଡ଼ିଆ: ଗଜପତି ଜିଲ୍ଲା ରାୟଗଡ଼ ଥାନା ଅଧିନ ମାର୍ଲବା ଘାଟିରେ ଏକ ହିଟାଚି ବୋଝଇ ଟ୍ରକ ମଙ୍ଗଳବାର ସନ୍ଧ୍ୟାରେ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡ଼ିଛି l ଦୁର୍ଘଟଣାସ୍ଥଳରେ ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିବାବେଳେ ଦୁଇ ଜଣ ଗୁରୁତରଙ୍କୁ ଖଜୁରୀପଦା ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି l ସୂଚନା ପ୍ରକାରେ, ମଙ୍ଗଳବାର ସନ୍ଧ୍ୟାରେ ଆର. ଉଦୟଗିରି ପଟରୁ ଆନ୍ଧ୍ର ଅଭିମୁଖେ ଯାଉଥିବା ଏକ ହିଟାଚି ବୋଝେଇ ଟ୍ରକ ମାର୍ଲବା ଘାଟିରୁ ହୋଲାଇବା ସମୟରେ ଭାରସାମ୍ୟ ହରାଇ ପାହାଡକୁ ପିଟି ହୋଇଯାଇଥିଲା ଫଳରେ ଟ୍ରକ୍ ଉପରେ ଲଦା ହୋଇଥିବା ହିଟାଚି ଡ୍ରାଇଭର କ୍ୟାବିନ ଉପରକୁ ମାଡ଼ିଯାଇ ଥିବାରୁ ଘଟଣାସ୍ଥଳରେ ଡ୍ରାଇଭରଙ୍କର ମୃତ୍ୟୁ ହୋଇଥିଲା । ଟ୍ରକରେ ବସିଥିବା ଅନ୍ୟ ଦୁଇ ଜଣ ଗୁରୁତର ହୋଇଥିବାରୁ ସେମାନଙ୍କୁ ନିକଟସ୍ଥ ଖଜୁରୀପଦା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ସ୍ଥାନାନ୍ତର କରାଯାଇଥିଲା l ଘଟଣାସ୍ଥଳରେ ରାୟଗଡ଼ ପୁଲିସ, ରାୟଗଡ଼ ଓ ଆର. ଉଦୟଗିରି ଅଗ୍ନିଶମବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଥିବା ଜଣାପଡ଼ିଛି l

Leave a Reply

Your email address will not be published. Required fields are marked *